fbpx

ଓଡ଼ିଶାରେ ହଜାରେ ଟପିଲା କରୋନା ସଂକ୍ରମଣ: ଖୋର୍ଦ୍ଧା ଓ କଟକରେ ସାଙ୍ଘାତିକ ସ୍ଥିତି, ଜାଣନ୍ତୁ ଆଜି କେଉଁଠୁ କେତେ ପଜିଟିଭ ଚିହ୍ନଟ?

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ଭାଇରସ୍ ହୁ ହୁ ହୋଇ ବଢ଼ିବାରେ ଲାଗିଛି । ଆଜି ଦୈନିକ କରୋନା ସଂକ୍ରମଣ ୧୦୦୦ ଶହ ଟପିଛି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୦୪୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଲୋକାଲ କେସ ୪୩୪ ହୋଇଥିବା ବେଳେ କ୍ୱାରେଣ୍ଟାଇନରୁ ୬୦୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗରୁ ୧୦୦ ଆକ୍ରାନ୍ତ ଥିବା ଜଣାପଡିଛି ।

ତେବେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୩୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୨୦୫, ଷ୍ଟେଟପୁଲରୁ ୭୯, ସୁନ୍ଦରଗଡରୁ ୧୦୬, ପୋନପୁରରୁ ୩୧, ସମ୍ବଳପୁରରୁ ୩୧, ପୁରୀରୁ ୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୭, ୧୭୫କୁ ବୃଦ୍ଧି ପାଇଛି । ଏବେ ସକ୍ରିୟ ମାମଲା ୪୮୨୫ ରହିଛି । ୨୪ ଘଣ୍ଟା ମଧ୍ୟରେ ୪୭୯ ଜଣ ସୁସ୍ଥ ହୋଇଥିବା ବେଳେ ମୋଟ ସୁସ୍ଥଙ୍କ ସଂଖ୍ୟା ୧୨,୮୩,୧୬୯ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.