fbpx

ଏଣିକି ଯୁକ୍ତଦୁଇରେ ଅନୁଷ୍ଠିତ ହେବ ତ୍ରୟ-ମାସିକ ପରୀକ୍ଷା, ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଯୁକ୍ତଦୁଇ ଛାତ୍ରଛାତ୍ରୀଙ୍କ ପାଇଁ ଏକ ନୂଆ ସୂଚନା ଆସିଛି । ଏଣିକି ଯୁକ୍ତଦୁଇରେ ତ୍ରୟ-ମାସିକ ପରୀକ୍ଷା ଅନୁଷ୍ଠିତ ହେବ । ପ୍ରତି ତିନି ମାସରେ ପରୀକ୍ଷା କରାଯିବା ନେଇ ରାଜ୍ୟ ସରକାରଙ୍କ ତରଫରୁ ନିଷ୍ପତ୍ତି ନିଆଯାଇଛି । ହାୟର ସେକେଣ୍ଡାରୀ ସ୍କୁଲ ସ୍ତରରେ ଏହି ପରୀକ୍ଷା କରାଯିବ । ୨୦୨୨-୨୩ ଶିକ୍ଷାବର୍ଷରେ ଏହି ପରୀକ୍ଷା କରାଯିବ । ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଗତ ଜୁଲାଇ ମାସ ୨୭ ତାରିଖରେ ଯୁକ୍ତଦୁଇ ରେଜଲ୍ଟ ପ୍ରକାଶ ପାଇଥିଲା । ପ୍ରଥମ ପର୍ଯ୍ୟାୟରେ ଯୁକ୍ତଦୁଇ ବିଜ୍ଞାନ ଓ ବାଣିଜ୍ୟ ଫଳାଫଳ ଆସିଥିଲା । ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ଯୁକ୍ତଦୁଇ ବିଜ୍ଞାନ ଓ ବାଣିଜ୍ୟର ଆନୁଷ୍ଠାନିକ ରେଜଲ୍ଟ ଘୋଷଣା କରିଥିଲେ । ବିଜ୍ଞାନରେ ୯୪.୧୨ ଓ ବାଣିଜ୍ୟରେ ୯୦ ପ୍ରତିଶତ ଛାତ୍ରଛାତ୍ରୀ ପାସ୍ କରିଥିଲେ ।

ଚଳିତ ବର୍ଷ ବିଜ୍ଞାନରେ ୭୮ ହଜାରରୁ ଅଧିକ ଓ ବାଣିଜ୍ୟରେ ୨୪ ହଜାରରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଏପରି ଭାବେ ପାଖାପାଖି ୧ ଲକ୍ଷ ଛାତ୍ରଛାତ୍ରୀଙ୍କ ରେଜଲ୍ଟ ପ୍ରକାଶ ପାଇଥିଲା । ପରୀକ୍ଷା ପାଇଁ ରାଜ୍ୟର ୧୧୩୩ଟି ପରୀକ୍ଷା କେନ୍ଦ୍ରରେ ୩ ଲକ୍ଷରୁ ଅଧିକ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ । ସେହିପରି କଳାରେ ୨ ଲକ୍ଷରୁ ଅଧିକ ଓ ଧନ୍ଦାମୂଳକ ଶିକ୍ଷାରେ ୫ ହଜାରରୁ ଅଧିକ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ ।

Get real time updates directly on you device, subscribe now.