fbpx

ବିଜୁଳି ଘଡ଼ଘଡି଼ ସହ ପ୍ରବଳ ବର୍ଷା: ୬ ଜିଲ୍ଲାକୁ ପାଣିପାଗ ବିଭାଗର ଚେତାବନୀ

ଭୁବନେଶ୍ୱର: ଆସନ୍ତା ୩ ଘଣ୍ଟା ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ୬ଟି ଜିଲ୍ଲାରେ ବିଜୁଳି ଘଡ଼ଘଡି଼ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ଅନୁଗୁଳ ଓ ଦେବଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଉତ୍ତର ଆଣ୍ଡାମାନ ସମୁଦ୍ରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ପ୍ରଭାବରେ ସୋମବାର ସୁଦ୍ଧା ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା କ୍ରମଶଃ ବଙ୍ଗୋପସାଗରରେ ଉତ୍ତରପଶ୍ଚିମ ଦିଗକୁ ଗତି କରିବ। ଏହାର ପ୍ରଭାବରେ ବର୍ଷା ହେବ ବୋଲି ୧୯ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ତେବେ ୨୩ ତାରିଖ ବେଳକୁ ପଶ୍ଚିମ ରାଜସ୍ଥାନ ମୌସୁମୀ ପ୍ରତ୍ୟାବର୍ତନ ପାଇଁ ପାଗ ଅନୁକୂଳ ହେବ ବୋଲି ଆକଳନ କରାଯାଉଛି।

Get real time updates directly on you device, subscribe now.