fbpx

ଦୁର୍ବଳ ହେଲା ଲଘୁଚାପ: ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହିସବୁ ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା

Advertisement

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଦୁର୍ବଳ ହୋଇ ଘୂର୍ଣ୍ଣବଳୟରେ ପରିଣତ ହୋଇଛି । ଏହାର ପ୍ରଭାବରେ ରାଜ୍ୟରେ ଆଜିଠାରୁ ବର୍ଷାର ପରିମାଣ ହ୍ରାସ ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର, ଦେବଗଡ, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡା, କଟକ ଓ ଜଗତସିଂହପୁର ଜିଲ୍ଲାରେ ବିଜୁଳି ଓ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ଅନ୍ୟପକ୍ଷରେ ଜୁନ ପହିଲାରୁ ଗତକାଲି ପର୍ଯ୍ୟନ୍ତ ରାଜ୍ୟରେ ୧୬୪ମିଲିମିଟର ବର୍ଷା ହୋଇଛି । ଏହା ସ୍ୱାଭାବିକ ବର୍ଷାଠାରୁ ୨୪ ପ୍ରତିଶତ କମ୍‍ ବୋଲି ଜଣାପଡିଛି । ଏହି ସମୟ ମଧ୍ୟରେ ୧୩ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବାବେଳେ ୧୫ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

Get real time updates directly on you device, subscribe now.