fbpx

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୭ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟର ୧୭ଟି ଜିଲ୍ଲାରେ ଆଜି କାଳବୈଶାଖୀ ଝଡ଼ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଜିଠାରୁ ଦୁଇତିନି ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପବନ ସହ ବର୍ଷା ହୋଇପାରେ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୭ଟି ଜିଲ୍ଳାରେ ଘଡ଼ଘଡ଼ି ସହ ବର୍ଷା ଏବଂ ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା – ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, କୋରାପୁଟ, କେନ୍ଦୁଝର, ଢ଼େଙ୍କାନାଳ।

Get real time updates directly on you device, subscribe now.