fbpx
BSKY
BJD MC SKY
BJD YOUTH SKY

କାଲି ସକାଳ ସୁଦ୍ଧା ୧୨ ଜିଲ୍ଲା ସାବଧାନ୍! ଝଡବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା

ଭୁବନେଶ୍ୱର(ଓଡିଶା ଭାସ୍କର): ରାଜ୍ୟରେ ଝଡବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ କାଲି ସକାଳ ସୁଦ୍ଧା ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡିକ ହେଉଛି – ନବରଙ୍ଗପୁର, ନୂଆପଡା, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ରାୟଗଡ, କଳାହାଣ୍ଡି, କନ୍ଧମାଳ ଓ ବାଲେଶ୍ୱର । ଏହି ଜିଲ୍ଲାଗୁଡିକରେ ଝଡବର୍ଷା ସହ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ପାଣିପାଗ ବିଭାଗ ।

ତେବେ ଜୁନ୍ ୧୧ରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଓଡିଶାକୁ ମୌସୁମୀ ପ୍ରବେଶ କରିବାରେ ସହାୟକ ହୋଇପାରେ ଲଘୁଚାପ । ଜୁନ ୧୦ରୁ ୧୪ ମଧ୍ୟରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Get real time updates directly on you device, subscribe now.