fbpx

ସାବଧାନ୍! କାଲି ସକାଳ ସୁଦ୍ଧା ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ଝଡବର୍ଷା ସହ ବଜ୍ରପାତ ହେବାର ଆଶଙ୍କା

ଭୁବନେଶ୍ୱର(ଓଡିଶା ଭାସ୍କର): ରାଜ୍ୟରେ କାଲି ସକାଳ ସୁଦ୍ଧା ଝଡବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡିକ ହେଉଛି – ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡା, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ନୟାଗଡ, କଟକ, ଢେଙ୍କାନାଳ, ଅନୁଗୁଳ, ଖୋର୍ଦ୍ଧା, ମୟୂରଭଞ୍ଜ, ବାଲେଶ୍ୱର ଓ କେନ୍ଦୁଝର । ଏହି ଜିଲ୍ଲାଗୁଡିକରେ ଝଡବର୍ଷା ସହ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ତେବେ ଜୁନ୍ ୧୧ରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଓଡିଶାକୁ ମୌସୁମୀ ପ୍ରବେଶ କରିବାରେ ସହାୟକ ହୋଇପାରେ ଲଘୁଚାପ । ଜୁନ ୧୦ରୁ ୧୪ ମଧ୍ୟରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Get real time updates directly on you device, subscribe now.