fbpx

୭ ଜିଲ୍ଲା ସାବଧାନ୍‌! ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା

ଭୁବନେଶ୍ୱର,୧୪ ।୫(ଓଡିଶା ଭାସ୍କର): ରାଜ୍ୟରେ ପ୍ରବଳ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏଥିପାଇଁ ରାଜ୍ୟର ୭ଟି ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ନେଇ ସତର୍କ ସୂଚନା ଜାରି ହୋଇଛି । ସେହି ୭ଟି ଜିଲ୍ଲା ଯଥା- ବଲାଙ୍ଗିର, ବୌଦ୍ଧ, କଳାହାଣ୍ଡି, ଗଞ୍ଜାମ, ଗଜପତି, କନ୍ଧମାଳ, ନବରଙ୍ଗପୁର ଜିଲ୍ଲାକୁ ସତର୍କ ରହିବାକୁ କୁହାଯାଇଛି । ସୁରକ୍ଷିତ ସ୍ଥାନରେ ଆଶ୍ରୟ ସହ ବଜ୍ରପାତ ପ୍ରତି ସର୍ତ ରହିବାକୁ ପରାମର୍ଶ ଦିଆଯାଇଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି ହୋଇଛି ।

Get real time updates directly on you device, subscribe now.