fbpx

କାଲି ସକାଳ ସୁଦ୍ଧା ସାବଧାନ୍‌! ୨ ଜିଲ୍ଲାକୁ ଅରେଞ୍ଜ ଓ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୧୨ ।୫(ଓଡିଶା ଭାସ୍କର): କାଲି ସକାଳ ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ଝଡବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । କେତେକ ସ୍ଥାନରେ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ବର୍ଷା ନେଇ ରାଜ୍ୟର ୨ ଜିଲ୍ଲା ଯଥା- କେନ୍ଦୁଝର ଓ ମୟୂରଭଞ୍ଜକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ୧୨ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୧୨ଟି ଜିଲ୍ଲା ଯଥା- ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଦେବଗଡ, ଜଗତସିଂହପୁର, ସୁନ୍ଦରଗଡ, ଅନୁଗୁଳ, ଢେଙ୍କାନାଳ, ଗଜପତି ଓ କନ୍ଧମାଳକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.