20  ଯାଏଁ ବିଜୁଳି ଘଡ଼ଘଡ଼ି ସହ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲ୍ଲାକୁ ହାଇ ଆଲର୍ଟ ଜାରି….

ବର୍ଷା ସହ ୩୦-୪୦ କିମି ବେଗରେ ଝଟକା ପବନ ଓ ପ୍ରବଳ ବଜ୍ରପାତ ।

ଓଡ଼ିଶା ଭାସ୍କର: ବର୍ଷା ସହ ୩୦-୪୦ କିମି ବେଗରେ ଝଟକା ପବନ ଓ ପ୍ରବଳ ବଜ୍ରପାତ ପାଇଁ କିଛି ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଜିଲ୍ଲାଗୁଡ଼ିକ ହେଉଛି ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ ଓ ସୁନ୍ଦରଗଡ଼ ।

ଦକ୍ଷିଣ ଓଡ଼ିଶା ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଥିବା ଲଘୁଚାପ କ୍ଷେତ୍ର ଆଜି ସକାଳେ ଦକ୍ଷିଣ ଓଡ଼ିଶା ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପରେ ସକ୍ରିୟ ରହିଛି । ଉପର ବାୟୁ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ଉଚ୍ଚତା ସହିତ ଦକ୍ଷିଣ-ପଶ୍ଚିମ ଆଡକୁ ବିସ୍ତାରିତ ହୋଇଛି । ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଆସନ୍ତା ୧୯ ତାରିଖ ଯାଏଁ ପ୍ରବଳ ବର୍ଷା ସହ ଝଡି ପବନ ଓ ବିଜୁଳି ଘଡ଼ଘଡ଼ି ପାଇଁ ପାଣିପାଗ ବିଭାଗ ୱାର୍ଣ୍ଣିଂ ଜାରି କରିଛି । ଆଗକୁ ଆଉ ଏକ ଲଘୁଚାପ ହେବାର ସମ୍ଭାବନା ରହିଛି ।

IMD Odisha Rain Alert

ଆସନ୍ତାକାଲି ଠାରୁ ବର୍ଷା ଆହୁରି ବଢ଼ିବ । ପ୍ରବଳ ବର୍ଷା ସାଙ୍ଗକୁ ଝଟକା ପବନ ଓ ବିଜୁଳି ଘଡ଼ଘଡ଼ି ପାଇଁ ୫ ଜିଲ୍ଲା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ପ୍ରବଳ ବଜ୍ରପାତ ଓ ଝଟକା ପବନ ୩୦-୪୦ କିମି ବେଗରେ ବହିବା ସମ୍ଭାବନାକୁ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

୧୮ ତାରିଖରେ ଉପକୂଳ ସମେତ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ଲାଗି ରହିବ । ପ୍ରବଳ ବର୍ଷା ପାଇଁ କଳାହାଣ୍ଡି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଓ ମାଲକାନିଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଭିତରେ ରଖାଯାଇଛି । ସେହିପିର ମଧ୍ୟମ ଧରଣର ବର୍ଷା ପାଇଁ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ୱାର୍ଣ୍ଣିଂ କରାଯାଇଥିବା ସବୁ ଜିଲ୍ଲାରେ ଝଟକା ପବନର ବେଗ ୩୦-୪୦ କିମି ରହିବା ସହ ପ୍ରବଳ ବଜ୍ରପାତ ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

୧୯ ତାରିଖରେ ପ୍ରବଳ ବର୍ଷା ସହ ବଜ୍ରପାତ ଓ ଝଟକା ପବନ ପାଇଁ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମଧ୍ୟମ ଧରଣର ବର୍ଷା ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।