fbpx

ରାଜ୍ୟର ୧୩ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ସମଗ୍ର ରାଜ୍ୟରେ ତାପମାତ୍ରା ବଢିବା ସହ ଅସହ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି । ଆଗକୁ ମଧ୍ୟ ଗୁଳୁଗୁଳି ସହ ଆହୁରି ଗ୍ରୀଷ୍ମ ପ୍ରବାହ ବଢ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ୨ରୁ ୩ ଡ଼ିଗ୍ରୀ ବଢ଼ିବାର ସମ୍ଭାବନା ରହିଛି । ତାପମାତ୍ରା ବୃଦ୍ଧି ସହ ଉପକୂଳ ଓଡ଼ିଶାର କିଛି ଅଂଚଳରେ ଗୁଳୁଗୁଳି ସମ୍ଭାବନା ଅଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି ।

ତେବେ ଆଜି ପାଇଁ ରାଜ୍ୟର ୧୩ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, କଳାହାଣ୍ଡି, ବଲାଙ୍ଗିର ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Get real time updates directly on you device, subscribe now.