fbpx

ଆଜି ୧୧ ଲକ୍ଷ ଲକ୍ଷପତି ଦିଦି ହେବେ ଉପକୃତ, ମହିଳା ଆକାଉଣ୍ଟକୁ ଯିବ ଟଙ୍କା

ନୂଆଦିଲ୍ଲୀ: ମହିଳାମାନଙ୍କ ପାଇଁ ସରକାର ବିଭିନ୍ନ ପ୍ରକାର ଯୋଜନାକୁ କାର୍ଯ୍ୟକାରୀ କରିଛନ୍ତି। ଏଥି ମଧ୍ୟରୁ ଲକ୍ଷପତି ଦିଦି ଯୋଜନା ଅନ୍ୟତମ। ଗତ ବର୍ଷ କେନ୍ଦ୍ର ସରକାର ମହିଳାମାନଙ୍କ ପାଇଁ ଲକ୍ଷପତି ଦିଦି ଯୋଜନା ଆରମ୍ଭ କରିଥିଲେ। ଶିଳ୍ପ କ୍ଷେତ୍ରରେ ମହିଳାମାନଙ୍କୁ ପ୍ରୋତ୍ସାହିତ କରିବା ଏହି ଯୋଜନାର ଉଦ୍ଦେଶ୍ୟ। ଶିଳ୍ପ ପ୍ରତିଷ୍ଠା ପାଇଁ ସେମାନଙ୍କୁ ଆର୍ଥିକ ସହାୟତା ଦେବାକୁ ପଡିବ। ଏହି ଯୋଜନା ମାଧ୍ୟମରେ ସରକାର ମହିଳାମାନଙ୍କୁ ବିନା ସୁଧରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି। ତେବେ ଆଜି ମହିଳାଙ୍କୁ ବ୍ୟାଙ୍କ ଆକାଉଣ୍ଟକୁ ଯିବ ଲକ୍ଷପତି ଦିଦି ଟଙ୍କା। ୨୫ଶହ କୋଟିର ଅର୍ଥରାଶି ମଞ୍ଜୁର କରିବେ ପ୍ରଧାନମନ୍ତ୍ରୀ ମୋଦୀ। ଉପକୃତ ହେବେ ଦେଶର ୪ଲକ୍ଷ ୩୦ ହଜାର ସ୍ୱୟଂ ସହାୟିକା ଗ୍ରୁପର ୪୮ ଲକ୍ଷ ସଦସ୍ୟା।

ପ୍ରଧାନମନ୍ତ୍ରୀ ଆଜି ମହାରାଷ୍ଟ୍ରରେ ଲକ୍ଷପତି ଦିଦି କାର୍ଯ୍ୟକ୍ରମରେ ଯୋଗଦେବେ। ସେଠାରୁ ୧୧ ଲକ୍ଷ ନୂଆ ଲକ୍ଷପତି ଦିଦିଙ୍କ ସହ ମୋଟ ୪୮ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଅର୍ଥ ରାଶି ପଠାଇବେ। ଏଥିସହ ୨୬ ଲକ୍ଷ ମହିଳାଙ୍କୁ ୫ ହଜାର କୋଟିର ଋଣ ରାଶି ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ। ଏଥିରେ ୨ ଲକ୍ଷ ୩୩ ହଜାର ସ୍ୱୟଂସହାୟକ ଗ୍ରୁପ ଉପକୃତ ହେବେ। ଏହି ଯୋଜନା ଆରମ୍ଭ ହେବାଠୁ ଏପର୍ଯ୍ୟନ୍ତ ୧ କୋଟିରୁ ଅଧିକ ମହିଳା ଉପକୃତ ହେଲେଣି।

Get real time updates directly on you device, subscribe now.