ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ ଧୀରେଧୀରେ କମିବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇ ସାରିଛନ୍ତି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା । ମାତ୍ର ଫେବୃଆରୀ ମାସ ଆରମ୍ଭରୁ ପୁଣି ସଂକ୍ରମଣ କମିବାରେ ଲାଗିଛି । ରାଜ୍ୟରେ ଗୋଟିଏ ପଟେ ସଂକ୍ରମଣ କମୁଥିବା ବେଳେ ଅନ୍ୟପଟେ ଦୈନିକ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି ।
ଆଜି ୧୧୪୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୬୬୯ ଓ ସ୍ଥାନୀୟ ଅଞ୍ଚଳରୁ ୪୭୯ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୨୪୪ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୭ ହଜାର ୨୬୨ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୫୫ ହଜାର ୯୯୫ ରହିଥିବା ବେଳେ ୧୨ ହଜାର ୩୩୦ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
7. Cuttack: 65
8. Deogarh: 28
9. Dhenkanal: 17
10. Gajapati: 43
11. Ganjam: 13
12. Jagatsinghpur: 26
13. Jajpur: 35
14. Jharsuguda: 13
15. Kalahandi: 35
16. Kandhamal: 33
17. Kendrapada: 27
18. Keonjhar: 22
19. Khurda: 153
20. Koraput: 56
21. Malkangiri: 7
22. Mayurbhanj: 42— I & PR Department, Odisha (@IPR_Odisha) February 13, 2022
23. Nawarangpur: 18
24. Nayagarh: 25
25. Nuapada: 26
26. Puri: 19
27. Rayagada: 44
28. Sambalpur: 46
29. Sonepur: 9
30. Sundargarh: 127
31. State Pool: 32New recoveries: 2081
Cumulative tested: 28418974
Positive: 1277262
Recovered: 1255995
Active cases: 12330— I & PR Department, Odisha (@IPR_Odisha) February 13, 2022