ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇଛନ୍ତି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା । ମାତ୍ର ଫେବୃଆରୀ ମାସ ଆରମ୍ଭରୁ ପୁଣି ଥରେ ସଂକ୍ରମଣ କମିବାରେ ଲାଗିଥିଲା । ରାଜ୍ୟରେ ଗୋଟିଏ ପଟେ ସଂକ୍ରମଣ କମୁଥିବା ବେଳେ ଅନ୍ୟପଟେ ଦୈନିକ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି ।
ଆଜି ୧୨୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୬୯ ଓ ସ୍ଥାନୀୟ ଅଞ୍ଚଳରୁ ୫୧ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୨୬ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୬ ହଜାର ୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୫ ହଜାର ୫୪୨ ରହିଥିବା ବେଳେ ୧ ହଜାର ୩୧୩ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
7. Gajapati: 15
8. Ganjam: 1
9. Jagatsinghpur: 1
10. Jajpur: 9
11. Jharsuguda: 12
12. Khurda: 10
13. Koraput: 4
14. Mayurbhanj: 5
15. Nawarangpur: 4
16. Nuapada: 2
17. Puri: 1
18. Rayagada: 2
19. Sambalpur: 23
20. Sundargarh: 4
21. State Pool: 2— I & PR Department, Odisha (@IPR_Odisha) March 7, 2022
New recoveries: 314
Cumulative tested: 29594604
Positive: 1286009
Recovered: 1275542
Active cases: 1313— I & PR Department, Odisha (@IPR_Odisha) March 7, 2022