ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି ।
ଆଜି ୧୨୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୭୨ ଓ ସ୍ଥାନୀୟ ଅଞ୍ଚଳରୁ ୫୧ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୧୭ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୪ ହଜାର ୪ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୪୩ ହଜାର ୯୨୬ ରହିଥିବା ବେଳେ ୧ ହଜାର ୫୭୨ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୪୫୩କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
7. Jagatsinghpur: 2
8. Jajpur: 5
9. Khurda: 53
10. Mayurbhanj: 8
11. Nayagarh: 1
12. Puri: 2
13. Sambalpur: 19
14. State Pool: 12New recoveries: 144
Cumulative tested: 25283814
Positive: 1054004
Recovered: 1043926
Active cases: 1572— I & PR Department, Odisha (@IPR_Odisha) December 27, 2021