ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇଛନ୍ତି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା । ମାତ୍ର ଫେବୃଆରୀ ମାସ ଆରମ୍ଭରୁ ପୁଣି ଥରେ ସଂକ୍ରମଣ କମିବାରେ ଲାଗିଥିଲା । ରାଜ୍ୟରେ ଗୋଟିଏ ପଟେ ସଂକ୍ରମଣ କମୁଥିବା ବେଳେ ଅନ୍ୟପଟେ ଦୈନିକ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି ।
ଆଜି ୧୨୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୭୫ ଓ ସ୍ଥାନୀୟ ଅଞ୍ଚଳରୁ ୫୩ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୨୫ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୬ ହଜାର ୨୪୫ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୫ ହଜାର ୯୮୦ ରହିଥିବା ବେଳେ ୧ ହଜାର ୧୧୦ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 8th March
New positive Cases: 128
Of which 0-18 years: 25
In quarantine: 75
Local contacts: 53(Details of local contacts will be shared by concerned District)
1. Angul: 4
2. Balasore: 7
3. Bargarh: 2
4. Bhadrak: 1
5. Balangir: 9
6. Boudh: 1
7. Cuttack: 2— I & PR Department, Odisha (@IPR_Odisha) March 9, 2022
23. Sambalpur: 9
24. Sundargarh: 12
25. State Pool: 3New recoveries: 213
Cumulative tested: 29686536
Positive: 1286245
Recovered: 1275980
Active cases: 1110— I & PR Department, Odisha (@IPR_Odisha) March 9, 2022