ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇଛନ୍ତି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା । ମାତ୍ର ଫେବୃଆରୀ ମାସ ଆରମ୍ଭରୁ ପୁଣି ଥରେ ସଂକ୍ରମଣ କମିବାରେ ଲାଗିଥିଲା । ରାଜ୍ୟରେ ଗୋଟିଏ ପଟେ ସଂକ୍ରମଣ କମୁଥିବା ବେଳେ ଅନ୍ୟପଟେ ଦୈନିକ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି ।
ଆଜି ୧୨୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୭୫ ଓ ସ୍ଥାନୀୟ ଅଞ୍ଚଳରୁ ୫୪ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୩୯ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୫ ହଜାର ୮୮୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୫ ହଜାର ୨୨୮ ରହିଥିବା ବେଳେ ୧ ହଜାର ୫୦୭ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
7. Ganjam: 1
8. Jagatsinghpur: 1
9. Jajpur: 1
10. Jharsuguda: 9
11. Kendrapada: 8
12. Khurda: 14
13. Koraput: 2
14. Malkangiri: 1
15. Mayurbhanj: 8
16. Puri: 2— I & PR Department, Odisha (@IPR_Odisha) March 6, 2022
17. Sambalpur: 18
18. Sundargarh: 25
19. State Pool: 3New recoveries: 209
Cumulative tested: 29550452
Positive: 1285889
Recovered: 1275228
Active cases: 1507— I & PR Department, Odisha (@IPR_Odisha) March 6, 2022