fbpx

ରାଜ୍ୟରେ ଆଉ ୧୩୧ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୨୬ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୨୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୩୧ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୪୪୨୨କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୧୩୧ଙ୍କ ମଧ୍ୟରୁ ଗଞ୍ଜାମରୁ ୪୩, ପୁରୀରୁ ୨୮, ଖୋର୍ଦ୍ଧାରୁ ୨୧, କନ୍ଧମାଳରୁ ୧୨, ଜଗତସିଂହପୁରୁ ୭, ନବରଙ୍ଗପୁରରୁ ୬, କେନ୍ଦ୍ରାପଡ଼ାରୁ ୫, ବାଲେଶ୍ୱରରୁ ୨, କଟକରୁ ୨, ବରଗଡ଼, ବଲାଙ୍ଗୀର, ଝାରସୁଗୁଡ଼ା, କେନ୍ଦୁଝର ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.