fbpx

ଭୁବନେଶ୍ୱରରୁ ଆଜି ୧୩୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୧୦ା୮ (ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୧୩୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୧୩୩ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୯୬ ଓ ସ୍ଥାନୀୟ ଅଞ୍ଚଳରୁ ୩୭ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୨୦୦ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।
ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୪୦୬୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୬୭୩ ଜଣ ସୁସ୍ଥ ହୋଇଛନ୍ତି ଓ ୨୦ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୧୩୬୭ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।

Get real time updates directly on you device, subscribe now.