fbpx

ଭୁବନେଶ୍ୱରରେ ଆଜି ୧୩୭ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁ ଅଞ୍ଚଳରୁ କେତେ

କଟକ, ୨୯ା୭(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରୁ ଆଜି ୧୩୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୯୮ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୩୯ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏହାସହ ୭୫ଜଣ ସୁସ୍ଥ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

ତେବେ ବର୍ତ୍ତମାନ ସୁଦ୍ଧା ୨୫୦୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି । ସେମାନଙ୍କ ମଧ୍ୟରୁ ୧୨୧୬ଜଣ ସୁସ୍ଥ ହୋଇଛନ୍ତି ଓ ୧୩ଜଣଙ୍କର ମୃତ୍ୟୁ ଘଟିଛି । ଏବେ ୧୨୭୧ ଆକ୍ଟିଭ କେସ୍ ରହିଛି ।

Get real time updates directly on you device, subscribe now.