fbpx

ଦେଶରେ କରୋନାରେ ୧୪୪ ମୃତ, ୧୪ ହଜାର ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରାମିତଙ୍କ ସଂଖ୍ୟା କମିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୪୪ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୨ ହଜାର ୧୨୪କୁ ବୃଦ୍ଧି ପାଇଛି । ଦିନକରେ ମୋଟ ୧୪ ହଜାର ୧୪୬ ଜଣ ଆକ୍ରାନ୍ତ ହୋଇଛନ୍ତି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୪୦ ଲକ୍ଷ ୬୭ ହଜାର ୭୧୯କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୯୫ ହଜାର ୮୪୬ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୩ କୋଟି ୩୪ ଲକ୍ଷ ୧୯ ହଜାର ୭୪୯କୁ ବୃଦ୍ଧି ପାଇଛି । ବର୍ତ୍ତମାନ ସୁଦ୍ଧା ୯୭ କୋଟି ୬୫ ଲକ୍ଷ ୮୯ ହଜାର ୫୪୦ ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.