fbpx

ଆଜି କୋଭିଡ୍ ସଂକ୍ରମଣ ଦୁଇ ହଜାର ତଳକୁ ଖସିଲା, ରାଜ୍ୟରୁ ଚିହ୍ନଟ ହେଲେ ୧୫୦୩ ପଜିଟିଭ୍

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପୁଣି ଥରେ ଧୀରେଧୀରେ କରୋନା ବଢ଼ିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଗତ କିଛିଦିନ ତଳେ ସଂକ୍ରମଣ ୧୫ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ ଏହା ରାଜ୍ୟବ୍ୟାପୀ ମାଡ଼ିଗଲାଣି ।

ଆଜି ୧୫୦୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୮୭୩ ଓ ସ୍ଥାନୀୟ ଅଞ୍ଚଳରୁ ୬୩୦ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୩୨୯ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୬୯ ହଜାର ୮୧୧ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୪୧ ହଜାର ୫୯୭ ରହିଥିବା ବେଳେ ୧୯ ହଜାର ୩୮୬ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୩୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.