ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି ।
ଆଜି ୧୫୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୯୩ ଓ ସ୍ଥାନୀୟ ଅଞ୍ଚଳରୁ ୬୩ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୨୦ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୪ ହଜାର ୧୬୦ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୪୪ ହଜାର ୯୩ ରହିଥିବା ବେଳେ ୧ ହଜାର ୫୫୯ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨ ଜଣଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୪୫୫କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
7. Jajpur: 5
8. Jharsuguda: 5
9. Keonjhar: 4
10. Khurda: 83
11. Koraput: 1
12. Mayurbhanj: 2
13. Nayagarh: 1
14. Puri: 5
15. Sambalpur: 3
16. Sundargarh: 5
17. State Pool: 20New recoveries: 167
Cumulative tested: 25335656
Positive: 1054160
Recovered: 1044093
Active cases: 1559— I & PR Department, Odisha (@IPR_Odisha) December 28, 2021