fbpx
BSKY
BJD SHG SKY
BJD YOUTH SKY

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୧୬୯ ପଜିଟିଭ୍, ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି ।

ଆଜି ୧୬୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୯୭ ଓ ସ୍ଥାନୀୟ ଅଞ୍ଚଳରୁ ୭୨ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୨୯ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୨ ହଜାର ୬୪୧ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୪୨ ହଜାର ୨୨୪ ରହିଥିବା ବେଳେ ୧ ହଜାର ୯୨୨ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧ ଜଣଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୪୪୨କୁ ବୃଦ୍ଧି ପାଇଛି । ମୟୂରଭଞ୍ଜରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.