ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇଛନ୍ତି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା । ମାତ୍ର ଫେବୃଆରୀ ମାସ ଆରମ୍ଭରୁ ପୁଣି ଥରେ ସଂକ୍ରମଣ କମିବାରେ ଲାଗିଥିଲା । ଏହାପରେ ଚଳିତ ମାର୍ଚ୍ଚ ଓ ଏପ୍ରିଲ ମାସରେ ମଧ୍ୟ ଧୀରେଧୀରେ ଦୈନିକ ପଜିଟିଭ୍ ଓ ମୃତ୍ୟୁ ସଂଖ୍ୟାରେ ହ୍ରାସ ପରିଲକ୍ଷିତ ହୋଇଛି ।
ଆଜି ୧୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୦ ଓ ସ୍ଥାନୀୟ ଅଞ୍ଚଳରୁ ୭ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୩ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୯୦୨ରେ ପହଞ୍ଚିଛି । ସେହିପରି ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୮ ହଜାର ୬୦୫ ରହିଥିବା ବେଳେ ୧୨୧ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ବାଲେଶ୍ୱର ଜିଲ୍ଲାରୁ ସର୍ବାଧିକ ୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୯୧୧୬କୁ ବୃଦ୍ଧି ପାଇଛି । ଆଜି ଢେଙ୍କାନାଳ ଜିଲ୍ଲାରୁ ଜଣେ ରୋଗୀ ମୃତ୍ୟୁବରଣ କରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
5. Rayagada: 1
6. Sambalpur: 2
7. State Pool: 1New recoveries: 17
Cumulative tested: 31009440
Positive: 1287902
Recovered: 1278605
Active cases: 121— I & PR Department, Odisha (@IPR_Odisha) April 15, 2022