fbpx

ଭୁବନେଶ୍ୱରରୁ ଆଜି ୧୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୨୦ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୧୭୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଭୁବନେଶ୍ୱରର ୧୯ ଜଣ ହୋଇଥିବା ଜଣାପଡ଼ିଛି । ୧୯ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୪ଜଣ ହୋମ କ୍ୱାରେଣ୍ଟିନ ଓ ୧୫ଜଣ ସ୍ଥାନୀୟ ଅଞ୍ଚଳର ହୋଇଥିବା ଜଣାପଡ଼ିଛି । ଏକ ଘରୋଇ ହସ୍ପିଟାଲରେ ୩ଜଣ ମହିଳା ଓ ୩ଜଣ ପୁରୁଷ କର୍ମଚାରୀ ପଜିଟିଭ ଚିହ୍ନଟ ହୋଇଛନ୍ତି । ଅନ୍ୟ ଏକ ଘରୋଇ ହସ୍ପିଟାଲର ଜଣେ ମହିଳା ଓ ପୁରୁଷ କର୍ମଚାରୀଙ୍କ ରିପୋର୍ଟ ପଜିଟିଭ୍ ବାହାରିଛି । ଡ଼ୁମଡ଼ୁମା ସୁବାସ ନଗର ବସ୍ତିର ୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏଥି ସହିତ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮୪କୁ ବୃଦ୍ଧି ପାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩ଜଣଙ୍କର ମୃତ୍ୟୁ ହୋଇଛି ଓ ୮୬ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜଧାନୀ ଭୁବନେଶ୍ୱରରେ ୯୪ଜଣ ଚିକିତ୍ସାଧୀନ ଅଛନ୍ତି ।

Get real time updates directly on you device, subscribe now.