fbpx

କଟକ ସହରରୁ ଆଜି ୨୨ କରୋନା ଆକ୍ରାନ୍ତ ଚିହ୍ନଟ

କଟକ, ୩୧ା୭(ଓଡ଼ିଶା ଭାସ୍କର): କଟକ ସହରରୁ ଆଜି ୨୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୨୨ ଆକ୍ରାନ୍ତଙ୍କ ମଧ୍ୟରୁ ୧୫ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୭ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏନେଇ ସିଏମସି ପକ୍ଷରୁ ସୂଚନା ମିଳିଛି । ବର୍ତ୍ତମାନ ସୁଦ୍ଧା କଟକ ସହରରୁ ୯୦୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଛନ୍ତି । ସେମାନଙ୍କ ମଧ୍ୟରୁ ୪୩୯ଜଣ ସୁସ୍ଥ ହୋଇଛନ୍ତି ଓ ୧୦ଜଣଙ୍କର ମୃତ୍ୟୁ ଘଟିଛି । ଏବେ ୪୫୭ଜଣ କରୋନା ଆକ୍ରାନ୍ତ ଚକିତ୍ସିତ ହେଉଛନ୍ତି ।

Get real time updates directly on you device, subscribe now.