fbpx

ଭୁବନେଶ୍ୱରରୁ ଆଜି ୨୨୦ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୧୮ା୮(ଓଡ଼ିଶା ଭାସ୍କର): ରାଜ୍ୟର ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ଭୁବନେଶ୍ୱରରୁ ଆଜି ୨୨୦ ପଜିଟିଭ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୬ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୮୪ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏହାସହ ୧୨୩ଜଣ ସୁସ୍ଥ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୫୭୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୬୯୦ଜଣ ସୁସ୍ଥ ହୋଇଛନ୍ତି ଓ ୨୮ଜଣଙ୍କର ମୃତ୍ୟୁ ଘଟିଛି । ଏବେ ବି ୧୯୮୩ଜଣ ଚିକିତ୍ସାଧୀନ ଅବସ୍ତାରେ ଅଛନ୍ତି ।

Get real time updates directly on you device, subscribe now.