ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇଛନ୍ତି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା । ମାତ୍ର ଫେବୃଆରୀ ମାସ ଆରମ୍ଭରୁ ପୁଣି ଥରେ ସଂକ୍ରମଣ କମିବାରେ ଲାଗିଥିଲା । ରାଜ୍ୟରେ ଗୋଟିଏ ପଟେ ସଂକ୍ରମଣ କମୁଥିବା ବେଳେ ଅନ୍ୟପଟେ ଦୈନିକ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି ।
ଆଜି ୨୫୧ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୪୬ ଓ ସ୍ଥାନୀୟ ଅଞ୍ଚଳରୁ ୧୦୫ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୮୩ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୪ ହଜାର ୮୬୭ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୨ ହଜାର ୯୨୨ ରହିଥିବା ବେଳେ ୨ ହଜାର ୮୨୮ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
7. Gajapati: 26
8. Ganjam: 5
9. Jagatsinghpur: 3
10. Jajpur: 21
11. Jharsuguda: 25
12. Kalahandi: 1
13. Kandhamal: 2
14. Kendrapada: 7
15. Keonjhar: 20
16. Khurda: 33
17. Koraput: 5
18. Mayurbhanj: 11
19. Nawarangpur: 2
20. Nayagarh: 1
21. Puri: 3
22. Rayagada: 1— I & PR Department, Odisha (@IPR_Odisha) February 27, 2022
23. Sambalpur: 23
24. Sonepur: 1
25. Sundargarh: 11
26. State Pool: 8New recoveries: 494
Cumulative tested: 29209724
Positive: 1284867
Recovered: 1272922
Active cases: 2828— I & PR Department, Odisha (@IPR_Odisha) February 27, 2022