ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି ।
ଆଜି ୨୬୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୫୩ ଓ ସ୍ଥାନୀୟ ଅଞ୍ଚଳରୁ ୧୦୯ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୪୨ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୫ ହଜାର ୪୭୧ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୩୪ ହଜାର ୩୦୦ ରହିଥିବା ବେଳେ ୨ ହଜାର ୭୪୧ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 13th November
New Positive Cases: 262
Of which 0-18 years: 42
In quarantine: 153
Local contacts: 109(Details of local contacts will be shared by concerned District)
1. Balasore: 12
2. Bargarh: 1
3. Bhadrak: 5
4. Cuttack: 21
5. Deogarh: 3
6. Dhenkanal: 5— I & PR Department, Odisha (@IPR_Odisha) November 14, 2021
ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୩୭୭କୁ ବୃଦ୍ଧି ପାଇଛି । ଜଗତସିଂହପୁର ଓ ଢେଙ୍କାନାଳରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
20. Sundargarh: 6
21. State Pool: 31New recoveries: 309
Cumulative tested: 22839154
Positive: 1045471
Recovered: 1034300
Active cases: 2741— I & PR Department, Odisha (@IPR_Odisha) November 14, 2021