ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇଛନ୍ତି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା । ମାତ୍ର ଫେବୃଆରୀ ମାସ ଆରମ୍ଭରୁ ପୁଣି ଥରେ ସଂକ୍ରମଣ କମିବାରେ ଲାଗିଥିଲା । ରାଜ୍ୟରେ ଗୋଟିଏ ପଟେ ସଂକ୍ରମଣ କମୁଥିବା ବେଳେ ଅନ୍ୟପଟେ ଦୈନିକ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି ।
ଆଜି ୨୯୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୭୧ ଓ ସ୍ଥାନୀୟ ଅଞ୍ଚଳରୁ ୧୨୨ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୮୬ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୪ ହଜାର ୬୧୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୨ ହଜାର ୪୨୮ ରହିଥିବା ବେଳେ ୩ ହଜାର ୭୯ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
8. Deogarh: 2
9. Dhenkanal: 1
10. Gajapati: 25
11. Ganjam: 20
12. Jagatsinghpur: 3
13. Jajpur: 18
14. Jharsuguda: 13
15. Kalahandi: 2
16. Kendrapada: 11
17. Keonjhar: 20
18. Khurda: 29
19. Koraput: 1
20. Mayurbhanj: 12
21. Nawarangpur: 4
22. Nayagarh: 2
23. Nuapada: 4
24. Puri: 1— I & PR Department, Odisha (@IPR_Odisha) February 26, 2022
25. Rayagada: 14
26. Sambalpur: 25
27. Sonepur: 6
28. Sundargarh: 15
29. State Pool: 7New recoveries: 585
Cumulative tested: 29155628
Positive: 1284616
Recovered: 1272428
Active cases: 3079— I & PR Department, Odisha (@IPR_Odisha) February 26, 2022