ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି ।
ଆଜି ୩୨୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୯୧ ଓ ସ୍ଥାନୀୟ ଅଞ୍ଚଳରୁ ୧୩୬ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୪୪ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୨ ହଜାର ୧୦୦ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୨୯ ହଜାର ୫୮୫ ରହିଥିବା ବେଳେ ୪ ହଜାର ୧୨୨ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 1st November
New Positive Cases: 327
Of which 0-18 years: 44
In quarantine: 191
Local contacts: 136(Details of local contacts will be shared by concerned District)
1. Bhadrak: 8
2. Balangir: 5
3. Boudh: 1
4. Cuttack: 29
5. Dhenkanal: 1
6. Ganjam: 4— I & PR Department, Odisha (@IPR_Odisha) November 2, 2021
ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୩୪୦କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା, ବାଲେଶ୍ୱର, ଜଗତସିଂହପୁର ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
18. Sundargarh: 4
19. State Pool: 42New recoveries: 438
Cumulative tested: 22107977
Positive: 1042100
Recovered: 1029585
Active cases: 4122— I & PR Department, Odisha (@IPR_Odisha) November 2, 2021