ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇଛନ୍ତି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା । ମାତ୍ର ଫେବୃଆରୀ ମାସ ଆରମ୍ଭରୁ ପୁଣି ଥରେ ସଂକ୍ରମଣ କମିବାରେ ଲାଗିଥିଲା । ରାଜ୍ୟରେ ଗୋଟିଏ ପଟେ ସଂକ୍ରମଣ କମୁଥିବା ବେଳେ ଅନ୍ୟପଟେ ଦୈନିକ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି ।
ଆଜି ୩୪୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୯୬ ଓ ସ୍ଥାନୀୟ ଅଞ୍ଚଳରୁ ୧୪୬ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୮୩ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୩ ହଜାର ୬୩୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୦ ହଜାର ୨୨୧ ରହିଥିବା ବେଳେ ୪ ହଜାର ୩୨୦ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 22nd Feb
New Positive Cases: 342
Of which 0-18 years: 83
In quarantine: 196
Local contacts: 146(Details of local contacts will be shared by concerned District)
1. Angul: 12
2. Balasore: 14
3. Bargarh: 9
4. Bhadrak: 5
5. Balangir: 2
6. Boudh: 10— I & PR Department, Odisha (@IPR_Odisha) February 23, 2022
23. Nawarangpur: 3
24. Nayagarh: 9
25. Nuapada: 5
26. Puri: 3
27. Rayagada: 14
28. Sambalpur: 24
29. Sonepur: 3
30. Sundargarh: 39
31. State Pool: 7New recoveries: 968
Cumulative tested: 28991043
Positive: 1283639
Recovered: 1270221
Active cases: 4320— I & PR Department, Odisha (@IPR_Odisha) February 23, 2022