fbpx

ଦେଶର ଅବସ୍ଥା ଶୋଚନୀୟ: ଆଜି ୩୪୯୮ ମୃତ, ୩.୮୬ ଲକ୍ଷ ପଜିଟିଭ୍

ନୂଆଦିଲ୍ଲୀ, ୩୦ା୪ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୩୪୯୮ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୮୩ ହଜାର ୩୩୦କୁ ବୃଦ୍ଧି ପାଇଛି । ଦିନକରେ ୩ ଲକ୍ଷ ୮୬ ହଜାର ୪୫୨ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୭୯ ଲକ୍ଷ ୯୭ ହଜାର ୨୬୭କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ଲକ୍ଷ ୭୦ ହଜାର ୨୨୮ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୫୩ ଲକ୍ଷ ୮୪ ହଜାର ୪୧୮ର ପହଞ୍ଚିଛି । ୧୫ କୋଟି ୨୨ ଲକ୍ଷ ୪୫ ହଜାର ୧୭୯ ଜଣ ବର୍ତ୍ତମାନ ସୁଦ୍ଧା ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.