ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପୁଣି ଥରେ ଧୀରେଧୀରେ କରୋନା ବଢ଼ିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଗତ କିଛିଦିନ ତଳେ ସଂକ୍ରମଣ ୧୫ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ ଏହା ରାଜ୍ୟବ୍ୟାପୀ ମାଡ଼ିଗଲାଣି ।
Covid-19 Report For 7th Jan
New Positive Cases: 3679
Of which 0-18 years: 384
In quarantine: 2148
Local contacts: 1531(Details of local contacts will be shared by concerned District)
1. Angul: 55
2. Balasore: 14
3. Bargarh: 48
4. Bhadrak: 18
5. Balangir: 35
6. Boudh: 2— I & PR Department, Odisha (@IPR_Odisha) January 8, 2022
ଆଜି ୩୬୭୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୧୮୪ ଓ ସ୍ଥାନୀୟ ଅଞ୍ଚଳରୁ ୧୫୩୧ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୩୮୪ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୬୬ ହଜାର ୧୫୫ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୪୫ ହଜାର ୯୭୧ ରହିଥିବା ବେଳେ ୧୧ ହଜାର ୬୬୩ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୨୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
22. Nawarangpur: 44
23. Nayagarh: 10
24. Nuapada: 23
25. Puri: 100
26. Rayagada: 21
27. Sambalpur: 372
28. Sonepur: 33
29. Sundargarh: 582
30. State Pool: 289New recoveries: 253
Cumulative tested: 26034469
Positive: 1066155
Recovered: 1045971
Active cases: 11663— I & PR Department, Odisha (@IPR_Odisha) January 8, 2022