fbpx
BSKY
BJD MC SKY
BJD MS SKY

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୪୨୪ ପଜିଟିଭ୍, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଧୀରେଧୀରେ କରୋନା ବଢ଼ିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ଗତକାଲି ରାଜ୍ୟରୁ ୨୩ ଜଣ ନୂଆ ଓମିକ୍ରନ ସଂକ୍ରମିତ ଚିହ୍ନଟ ହୋଇଥିଲେ । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଇଛନ୍ତି ।

ଆଜି ୪୨୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୪୬ ଓ ସ୍ଥାନୀୟ ଅଞ୍ଚଳରୁ ୧୭୮ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୪୭ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୫ ହଜାର ୯୮୦ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୪୫ ହଜାର ୧୦୯ ରହିଥିବା ବେଳେ ୨ ହଜାର ୩୫୫ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.