ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି ।
Covid-19 Report For 16th October
New Positive Cases: 443
Of which 0-18 years: 75
In quarantine: 258
Local contacts: 185(Details of local contacts will be shared by concerned Dist Administration)
1. Angul: 1
2. Balasore: 14
3. Bargarh: 2
4. Bhadrak: 5
5. Balangir: 3— I & PR Department, Odisha (@IPR_Odisha) October 17, 2021
ଆଜି ୪୪୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୫୮ ଓ ସ୍ଥାନୀୟ ଅଞ୍ଚଳରୁ ୧୮୫ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୭୫ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୫ ହଜାର ୭୭ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୨୧ ହଜାର ୭୪୨ ରହିଥିବା ବେଳେ ୪ ହଜାର ୯୯୭ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
New recoveries: 562
Cumulative tested: 21061157
Positive: 1035077
Recovered: 1021742
Active cases: 4997— I & PR Department, Odisha (@IPR_Odisha) October 17, 2021