ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇଛନ୍ତି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା । ମାତ୍ର ଫେବୃଆରୀ ମାସ ଆରମ୍ଭରୁ ପୁଣି ଥରେ ସଂକ୍ରମଣ କମିବାରେ ଲାଗିଥିଲା । ଏହାପରେ ଚଳିତ ମାର୍ଚ୍ଚ ମାସରେ ମଧ୍ୟ ଧୀରେଧୀରେ ଦୈନିକ ପଜିଟିଭ୍ ଓ ମୃତ୍ୟୁ ସଂଖ୍ୟାରେ ହ୍ରାସ ପରିଲକ୍ଷିତ ହୋଇଛି ।
ଆଜି ୪୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୭ ଓ ସ୍ଥାନୀୟ ଅଞ୍ଚଳରୁ ୧୮ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୮ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୧୫୩ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୭ ହଜାର ୩୫୭ ରହିଥିବା ବେଳେ ୬୨୭ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 19th March
New Positive Cases: 45
Of which 0-18 years: 8
In quarantine: 27
Local contacts: 18(Details of local contacts will be shared by concerned District)
1. Angul: 1
2. Balasore: 4
3. Cuttack: 2
4. Gajapati: 5
5. Ganjam: 11
6. Jajpur: 5— I & PR Department, Odisha (@IPR_Odisha) March 20, 2022
7. Jharsuguda: 1
8. Kendrapada: 6
9. Khurda: 1
10. Koraput: 3
11. Mayurbhanj: 1
12. Nawarangpur: 1
13. Nayagarh: 1
14. Rayagada: 1
15. Sambalpur: 1
16. Sundargarh: 1New recoveries: 86
Cumulative tested: 30189134
Positive: 1287153
Recovered: 1277357
Active cases: 627— I & PR Department, Odisha (@IPR_Odisha) March 20, 2022