ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି ।
ଆଜି ୪୮୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୮୫ ଓ ସ୍ଥାନୀୟ ଅଞ୍ଚଳରୁ ୨୦୩ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୭୭ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୧ ହଜାର ୪୫୭ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୨୮ ହଜାର ୬୯୭ ରହିଥିବା ବେଳେ ୪ ହଜାର ୩୭୪ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 30th October
New Positive Cases: 488
Of which 0-18 years: 77
In quarantine: 285
Local contacts: 203(Details of local contacts will be shared by concerned District)
1. Angul: 1
2. Balasore: 5
3. Bhadrak: 3
4. Cuttack: 54
5. Deogarh: 2
6. Dhenkanal: 5— I & PR Department, Odisha (@IPR_Odisha) October 31, 2021
ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୩୩୩କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ଦୁଇଜଣ, ମୟୂରଭଞ୍ଜ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
23. Sundargarh: 13
24. State Pool: 53New recoveries: 490
Cumulative tested: 21994343
Positive: 1041457
Recovered: 1028697
Active cases: 4374— I & PR Department, Odisha (@IPR_Odisha) October 31, 2021