ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି ।
Covid-19 Report For 8th October
New Positive Cases: 526
Of which 0-18 years: 68
In quarantine: 303
Local contacts: 223(Details of local contacts will be shared by concerned Dist Administration)
District Wise Cases:
1. Angul: 3
2. Balasore: 33
3. Bargarh: 2
4. Bhadrak: 3— I & PR Department, Odisha (@IPR_Odisha) October 9, 2021
ଆଜି ୫୨୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୦୩ ଓ ସ୍ଥାନୀୟ ଅଞ୍ଚଳରୁ ୨୨୩ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୬୮ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୧ ହଜାର ୪୪ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୧୭ ହଜାର ୭୧୪ ରହିଥିବା ବେଳେ ୫ ହଜାର ୩୫ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
22. Rayagada: 2
23. Sambalpur: 7
24. Sonepur: 1
25. Sundargarh: 19
26. State Pool: 55New recoveries: 598
Cumulative tested: 20578622
Positive: 1031044
Recovered: 1017714
Active cases: 5035— I & PR Department, Odisha (@IPR_Odisha) October 9, 2021