fbpx

ରାଜ୍ୟରେ ଆଜି ଆଉ ୮ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ୱର, ୩ା୯(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୩୬୩୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୮ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୩ ଓ କଟକ ଜିଲ୍ଳାରୁ ୨ଜଣ , ବାଲେଶ୍ୱର, ଖୋର୍ଦ୍ଧା ଓ କନ୍ଧମାଳରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୨୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.