ନୂଆଦିଲ୍ଲୀ, ୪ା୯: ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଗତ ୨୪ଘଣ୍ଟାରେ ସର୍ବାଧିକ ୮୩, ୩୪୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୦୯୬ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯,୩୬,୭୪୮ କୁ ବୃଦ୍ଧି ପାଇଛି ଓ ମୃତ୍ୟୁ ସଂଖ୍ୟା ୬୮,୪୭୨ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ୩୦,୩୭,୧୫୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୮,୩୧,୧୨୪ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।