fbpx

କଟକ ସହରରୁ ଆଜି ୮୭ କରୋନା ଆକ୍ରାନ୍ତ ଚିହ୍ନଟ

କଟକ, ୩ା୮(ଓଡ଼ିଶା ଭାସ୍କର): କଟକ ସହରରୁ ଆଜି ୮୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୮୭ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୭୯ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୮ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏନେଇ ସିଏମସି ପକ୍ଷରୁ ସୂଚନା ମିଳିଛି । ତେବେ ବର୍ତ୍ତମାନ ସୁଦ୍ଧା କଟକ ସହରରେ ୧୦୯୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଛନ୍ତି । ସେମାନଙ୍କ ମଧ୍ୟରୁ ୫୮୦ଜଣ ସୁସ୍ଥ ହୋଇଛନ୍ତି ଓ ୧୦ଜଣଙ୍କର ମୃତ୍ୟୁ ଘଟିଛି । ଏବେ ୫୦୧ଜଣ କରୋନା ଆକ୍ରାନ୍ତ ଚିକିତ୍ସା ହେଉଛନ୍ତି ।

Get real time updates directly on you device, subscribe now.