fbpx

ଆଜି ଅଧରପଣା , ରାତି ୮ଟା ସୁଦ୍ଧା ରଥାରୁଢ଼ ଶ୍ରୀଜିଉଙ୍କୁ ଲାଗି ହେବ ପଣା


ପୁରୀ (ଭାସ୍କର ନ୍ୟୁଜ୍) : ସନୁବେଶ ଦିନ ପରେ ଅର୍ଥାତ ତ୍ରୟୋଦଶୀ ତିଥିରେ ରଥାରୁଢ଼ ଶ୍ରୀଜିଉଙ୍କୁ ଅଧରପଣା ଭୋଗ ନୀତି ଅନୁଷ୍ଠିତ ହୋଇଥିଏ। ଅଧରପଣା ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ, ରାଘବଦାସ ମଠ ଓ ବଡ଼ଓଡିଆ ମଠ ପକ୍ଷରୁ ସମସ୍ତ ପ୍ରସ୍ତୁତି ହୋଇଥାଏ । ଛାଚି, ସର, କଦଳୀ, ଛେନା, ଗୋଲମରିଚ, କର୍ପୂର ଓ ଜାଇଫଳ ଆଦି ପଣା ସାମଗ୍ରୀ ପହଞ୍ଚାଯାଏ । ମହାପ୍ରଭୁଙ୍କ ସେବକମାନେ ପଣା ପ୍ରସ୍ତୁତ କରିଥାନ୍ତି।

ସୂଚନା ମୁତାବିକ,  ଗୁରୁବାର ତ୍ରୟୋଦଶୀ ତିଥିରେ ରଥାରୁଢ ଦିଅଁଙ୍କୁ ଅଧରପଣା ଭୋଗ ଲଗାଯିବ । ଅଧର ଉଚ୍ଚା ୯ଟି ତୁମ୍ୱାକୃତି ମାଟି ପାତ୍ରରେ ପଣା ପ୍ରସ୍ତୁତ ହେବ । ଭୋଗ ସରିଲା ପରେ ରଥ ଉପରେ ହାଣ୍ଡି ଭଙ୍ଗା ଯିବ । କିମ୍ବଦନ୍ତୀ ଅନୁସାରେ ଉକ୍ତ ଭୋଗ ପଣା ପାଶ୍ୱର୍ଦେବାଦେବୀ, ଅଶରୀର, ଚଣ୍ଡୀ ଓ ଚାମଣ୍ଡାଙ୍କ ଉଦ୍ଦେଶ୍ୟରେ ସମର୍ପଣ କରାଯାଏ । ଠାକୁରଙ୍କ ମଧ୍ୟାହ୍ନଧୂପ ବଢିବା ପରେ ଅଧରପଣା ପ୍ରସ୍ତୁତି ଆରମ୍ଭ ହେବ।

ସନ୍ଧ୍ୟା ୮ଟାରେ ଅଧର ପଣା ଭୋଗ ଲଗାଯିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମୟ ଧାର୍ଯ୍ୟ ହୋଇଛି ।

 

Get real time updates directly on you device, subscribe now.