fbpx

ଆଜି ନୂଆପଡ଼ାବାସୀ ପାଇବେ ସ୍ମାର୍ଟ ହେଲ୍‌ଥ କାର୍ଡ, ଭର୍ଚୁଆଲ ମୋଡରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ନୂଆପଡା (ଭାସ୍କର ନ୍ୟୁଜ୍‌):  ଆଜି ନୂଆପଡାବାସୀଙ୍କୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ହେଲ୍‌ଥ କାର୍ଡ ମିଳିବ । ସ୍ଥାନୀୟ ମିନି ଷ୍ଟାଡିୟମ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମୋଡରେ ନୂଆପଡ଼ା ଜିଲ୍ଲାରେ ବିଜୁସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନ କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିବେ । ସନ୍ଧ୍ୟା ୫ଟାରେ ଭିଡିଓ କନଫରେନ୍‌ସ ଜରିଆରେ ମୁଖ୍ୟମନ୍ତ୍ରୀ ସିଧା ସଳଖ ସ୍ଥାନୀୟ ମିନି ଷ୍ଟାଡିୟମରେ ଉପସ୍ଥିତ ହିତାଧିକାରୀଙ୍କ ସହିତ ଯୋଡି ହେବେ ।

ଏ ଅବସରରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସମେତ ଅନ୍ୟାନ୍ୟ ନେତା ଓ ମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବେ । ଏନେଇ ସ୍ଥାନୀୟ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ସ୍ୱଧାଦେବ ସିଂଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ଅଧିକାରୀ ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏସପି ପ୍ରତ୍ୟୁଷ ଦିବାକର, ଅତିରିକ୍ତ ଜିଲ୍ଲାପାଳ ଅଗସ୍ତୀ ପ୍ରଧାନ, ଉପ ଜିଲ୍ଲାପାଳ ତରଣିସେନ ନାଏକ ପ୍ରମୁଖଙ୍କ ସମେତ ବହୁ ଜିଲ୍ଲା ସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇ ସ୍ମର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମର ସୁପରିଚାଳନା ଉପରେ ସବିଶେଷ ଆଲୋଚନା କରାଯାଇଥିଲା । ଏହି କାର୍ଯ୍ୟକ୍ରମ ପରିଚାଳନା ପାଇଁ ୬ ଜଣ ମନ୍ତ୍ରୀ, ନୂଆପଡ଼ା ବିଧାୟକ ସହ ୬ ଜଣ ଉପଦେଷ୍ଟା ନିଯୁକ୍ତ ହୋଇଥିବା ପ୍ରକାଶ ।

Get real time updates directly on you device, subscribe now.