fbpx

ରାଜ୍ୟରେ କରୋନା ଦୈନିକ ସଂକ୍ରମଣ ୩ ହଜାର ତଳକୁ ଖସିଲା

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କିଛିଦିନ ସ୍ଥାଣୁ ଅବସ୍ଥାରେ ରହିବା ପରେ ଆଜି ତଳକୁ ଖସିଛି । ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ସଂକ୍ରମଣ ହ୍ରାସ ପାଇଥିବା ବେଳେ ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ସଂକ୍ରମଣ ଅଧିକ ରହିଥିବା ଦେଖିବାକୁ ମିଳିଛି । ଏହା ମଧ୍ୟରେ ଆଜି ପୁଣି ୨୬୪୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୫୧୭ ଓ ସ୍ଥାନୀୟ ଅଞ୍ଚଳରୁ ୧୧୨୩ ଜଣ ଚିହ୍ନଟ ହୋଇଛନ୍ତି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬ ହଜାର ୪୨୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୮ ଲକ୍ଷ ୭୦ ହଜାର ୭୮୭ ରହିଥିବା ବେଳେ ୩୧ ହଜାର ୬୧୯ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୬୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.