ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପୁଣି ଥରେ ଧୀରେଧୀରେ କରୋନା ବଢ଼ିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଗତ କିଛିଦିନ ତଳେ ସଂକ୍ରମଣ ୧୫ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ ଏହା ରାଜ୍ୟବ୍ୟାପୀ ମାଡ଼ିଗଲାଣି ।
ଆଜି ୯,୮୩୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୫୬୯୯ ଓ ସ୍ଥାନୀୟ ଅଞ୍ଚଳରୁ ୪୧୩୪ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୯୭୨ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୮୭ ହଜାର ୨୯୫ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୮୯ ହଜାର ୩୩ ରହିଥିବା ବେଳେ ୮୯ ହଜାର ୭୦୨ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯୪୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
6. Boudh: 120
7. Cuttack: 774
8. Deogarh: 47
9. Dhenkanal: 95
10. Gajapati: 88
11. Ganjam: 69
12. Jagatsinghpur: 152
13. Jajpur: 256
14. Jharsuguda: 168
15. Kalahandi: 171
16. Kandhamal: 91
17. Kendrapada: 99
18. Keonjhar: 168
19. Khurda: 2946
20. Koraput: 174
21. Malkangiri: 56— I & PR Department, Odisha (@IPR_Odisha) January 21, 2022
ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ଜଣଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୫୦୭କୁ ବୃଦ୍ଧି ପାଇଛି । କଟକରୁ ଦୁଇଜଣ, ଅନୁଗୁଳ, ଢେଙ୍କାନାଳ, ଜଗତସିଂହପୁର ଓ ପୁରୀରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
New recoveries: 8471
Cumulative tested: 26990740
Positive: 1187295
Recovered: 1089033
Active cases: 89702— I & PR Department, Odisha (@IPR_Odisha) January 21, 2022