fbpx

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୧୫୩୯ ପଜିଟିଭ୍

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ ଧୀରେଧୀରେ କମିବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇ ସାରିଛନ୍ତି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା । ମାତ୍ର ଫେବୃଆରୀ ମାସ ଆରମ୍ଭରୁ ପୁଣି ସଂକ୍ରମଣ କମିବାରେ ଲାଗିଛି । ରାଜ୍ୟରେ ଗୋଟିଏ ପଟେ ସଂକ୍ରମଣ କମୁଥିବା ବେଳେ ଅନ୍ୟପଟେ ଦୈନିକ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି ।

ଆଜି ୧୫୩୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୮୯୭ ଓ ସ୍ଥାନୀୟ ଅଞ୍ଚଳରୁ ୬୪୨ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୩୪୯ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୬ ହଜାର ୧୧୪ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୫୩ ହଜାର ୯୧୪ ରହିଥିବା ବେଳେ ୧୩ ହଜାର ୨୮୫ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.