fbpx

ରାଜ୍ୟରେ ଖସୁଛି କୋଭିଡ୍ ସଂକ୍ରମଣ, ଆଜି ୭ ହଜାର ଉପରେ ପଜିଟିଭ୍ ସଂଖ୍ୟା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପୁଣି ଥରେ ଧୀରେଧୀରେ କରୋନା ବଢ଼ିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଗତ କିଛିଦିନ ତଳେ ସଂକ୍ରମଣ ୧୫ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ ଏହା ରାଜ୍ୟବ୍ୟାପୀ ମାଡ଼ିଗଲାଣି ।

ଆଜି ୭,୨୯୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୨୨୬ ଓ ସ୍ଥାନୀୟ ଅଞ୍ଚଳରୁ ୩୦୬୫ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୯୫୪ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୧୧ ହଜାର ୯୫୧ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୧ ଲକ୍ଷ ୨୧ ହଜାର ୬୦୮ ରହିଥିବା ବେଳେ ୮୧ ହଜାର ୭୬୫ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୦୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫ ଜଣଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି ପାଇଛି । ବାଲେଶ୍ୱର, ଭୁବନେଶ୍ୱର, କଟକ, କେଉଁଝର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.