ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପୁଣି ଥରେ ଧୀରେଧୀରେ କରୋନା ବଢ଼ିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଗତ କିଛିଦିନ ତଳେ ସଂକ୍ରମଣ ୧୫ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ ଏହା ରାଜ୍ୟବ୍ୟାପୀ ମାଡ଼ିଗଲାଣି ।
ଆଜି ୪୮୪୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୮୧୫ ଓ ସ୍ଥାନୀୟ ଅଞ୍ଚଳରୁ ୨୦୨୮ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୬୬୩ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୪୫ ହଜାର ୯୧୧ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୧ ଲକ୍ଷ ୮୪ ହଜାର ୧୭୪ ରହିଥିବା ବେଳେ ୫୩ ହଜାର ୯୦ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୨୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯ ଜଣଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୫୯୪କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ୫ ଜଣ, ଗଞ୍ଜାମରୁ ୩ ଜଣ, ଅନୁଗୁଳ ଓ ନବରଙ୍ଗପୁରରୁ ୨ ଜଣ ଲେଖାଏଁ, ଭଦ୍ରକ, କଟକ, ଢେଙ୍କାନାଳ, କେନ୍ଦୁଝର, ଯାଜପୁର, ପୁରୀ ଓ ମୟୂରଭଞ୍ଜରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
7. Cuttack: 379
8. Deogarh: 73
9. Dhenkanal: 45
10. Gajapati: 62
11. Ganjam: 67
12. Jagatsinghpur: 100
13. Jajpur: 166
14. Jharsuguda: 61
15. Kalahandi: 158
16. Kandhamal: 52
17. Kendrapada: 70
18. Keonjhar: 81
19. Khurda: 1023
20. Koraput: 50
21. Malkangiri: 18— I & PR Department, Odisha (@IPR_Odisha) January 30, 2022
New recoveries: 10267
Cumulative tested: 27570488
Positive: 1245911
Recovered: 1184174
Active cases: 53090— I & PR Department, Odisha (@IPR_Odisha) January 30, 2022